ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୯୧୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୧୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ  ଏବଂ ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି, ଢେଙ୍କାନାଳ, ଜଗତସିଂହପୁର, ମୟୂରଭଞ୍ଜ, ସମ୍ବଲପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୧୩ ହଜାର ୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୨ ହଜାର ୬୭୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୧୨ କୁ ବୃଦ୍ଧି ହୋଇଛି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, ଓଡିଶା, କରୋନା ଆକ୍ରାନ୍ତ, ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟାThe Samikhsya Odia

Leave a Reply

Your email address will not be published. Required fields are marked *