ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୨୧୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୨୧୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ,  ବଲାଙ୍ଗୀରି, ଏବଂ ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ, କେନ୍ଦ୍ରାପଡା, କନ୍ଧମାଳ, ନୟାଗଡ  ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୭୨ ହଜାର ୯୭୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୬ ହଜାର ୨୨୬ ଜଣ। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ ରେ ପହଞ୍ଚିଛି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, ଓଡିଶା, କରୋନାଜନିତ ମୃତ୍ୟୁ, ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟାThe Samikhsya Odia

Leave a Reply

Your email address will not be published. Required fields are marked *