ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୪୩: ସୁସ୍ଥ ହେଲେ ୬୧୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୮୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୫୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ହଜାର ୭୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୮୩ ହଜାର ୧୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୪୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୯୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, କରୋନା ଆକ୍ରାନ୍ତ, କ୍ଵାରେଣ୍ଟିନ, ରାଜଧାନୀ ଭୁବନେଶ୍ବର, ସ୍ଥାନୀୟ ଆକ୍ରାନ୍ତThe Samikhsya Odia

Leave a Reply

Your email address will not be published. Required fields are marked *