ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୩୨: ସୁସ୍ଥ ହେଲେ ୭୧୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୨ ଆକ୍ରାନ୍ତଙ୍କ ମଧ୍ୟରୁ ୭୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୬୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ହଜାର ୪୦୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୮୩ ହଜାର ୮୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୧୦୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୪୦୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read Moreଆଜିର ଖବର, ସ୍ବାସ୍ଥ୍ୟ, କରୋନା ଆକ୍ରାନ୍ତ, କ୍ଵାରେଣ୍ଟିନ, ଚିହ୍ନଟ ହେଲେThe Samikhsya Odia

Leave a Reply

Your email address will not be published. Required fields are marked *