ରିଲାଏନସ୍ ତରଫରୁ ମୁକେଶ ଆମ୍ବାନୀ ଆଜି କରିବେ ବଡ ଘୋଷଣା, ଆଣିପାରନ୍ତି ନୂଆ ସ୍ମାର୍ଟ ଫୋନ

ଭୁବନେଶ୍ବର, ଭାରତର ବଡ ଟେଲିକମ ତଥା ତୈଳ୍ୟ କଂପାନୀ ରିଲଏନସ ତରଫରୁ ଏହାର ଅଧ୍ୟକ୍ଷ ମୁକେଶ ଆମ୍ବାନୀ କରିବେ ବଡ ଘୋଷଣା। କାରଣ ଆଜି ଅପରାହ୍ନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ବାର୍ଷିକ ସାଧାରଣ ବୈଠକ ବା ଏଜିଏମ ବସୁଛି । ପ୍ରତି ବର୍ଷ ଆମ୍ବାନୀ ଏହି ଏଜିଏମରେ କିଛି ବଡ ଘୋଷଣା କରିଥାନ୍ତି। ଯାହା ସାରା ବିଶ୍ବ ବଜାରରେ ଏକ ହଇଚଇ ସୃଷ୍ଟି କରିଥାଏ।

ତେବେ ଜାତୀୟ ଗଣ ମାଧ୍ୟମର ରିପୋର୍ଟ ଅନୁସାରେ ଆମ୍ବାନୀ ଏଥର ନନ-ଟେଲିକମ ବ୍ୟବସାୟ ଉପରେ ଗୁରୁତ୍ବ ଦେବେ। ମୁଖ୍ୟତଃ ରିଲାଏନ୍ସ ରିଟେଲ ଉପରେ ଏକ ଗୁରୁତ୍ବ ପୂର୍ଣ୍ଣ ନିଷ୍ପତି ଘୋଷଣା କରିପାରନ୍ତି। କାରଣ କରୋନା ସମୟରେ ରିଲାଏନ୍ସ ରିଟେଲ ବେଶ୍ ଭଲ ବ୍ୟବସାୟ କରିଛି। ବର୍ତ୍ତମାନ ଇ କମର୍ସରେ ରିଲାଏନ୍ସ ରିଟେଲ 30 ପ୍ରତିଶତ ବଜାର ଅକ୍ତିୟାର କରିଛି।

ସେହିପରି ରିଲାଏନ୍ସ ଇଣ୍ଡଷ୍ଟ୍ରି କେତେକ ନୂଆ ବ୍ୟବସାୟରେ ସାମିଲ ହେବା ନେଇ ମଧ୍ୟ ଘୋଷଣା ହୋଇପାରେ। ଏଥିରେ ଅକ୍ଷୟ ଶକ୍ତି ବା ରିଇନେବୁଲ ଏନର୍ଜି ସେକ୍ଟରରେ କଂପାନୀ ପ୍ରବେଶ କରିବାର ସମ୍ଭାବନା ରହିଛି। କାରଣ କଂପାନୀ ଲକ୍ଷ ରଖିଛି ଭବିଷ୍ୟତରେ ଏହି ଶକ୍ତିର ଚାହିଦା ସୃଷ୍ଟି ହେବ।

ସେହିପରି ସାରା ବିଶ୍ବରେ ଚହଳ ସୃଷ୍ଟି କରିଥିବା ରିଲାଏନ୍ସ ଜିଓ ଉପରେ ମଧ୍ୟ କିଛି ନୂଆ ଘୋଷଣା କରାଯିବାର ସମ୍ଭାବନା ରହିଛି। ମୁଖ୍ୟତଃ କଂପାନୀ ଏକ ଭିନ୍ନ ଧରଣର ନୂଆ ଶସ୍ତା ସ୍ମାର୍ଟ ଫୋନ ବଜାର ପ୍ରବେଶ କରାଇବ ବୋଲି ଜଣାପଡିଛି। ତେବେ ଏହି ଏଜିଏମରେ ମୁକେଶ ଆମ୍ବାନୀଙ୍କ ଘୋଷଣାକୁ ନେଇ ସାରା ବିଶ୍ବ ବ୍ୟବସାୟ ଗୋଷ୍ଠୀ ଅପେକ୍ଷା କରି ରହିଛନ୍ତି।

Read Moreଅନ୍ତରାଷ୍ଟ୍ରୀୟ, ଜାତୀୟ ଖବର, ବିଶେଷ ଖବର, ବ୍ୟବସାୟ, reliance industry, Reliance JIO, ମୁକେଶ ଆମ୍ବାନୀ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍The Samikhsya Odia

Leave a Reply

Your email address will not be published. Required fields are marked *