ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୮୦୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୮୦୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୯ ଜଣ, ବରଗଡ, କଟକ, ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି, ଭଦ୍ରକ, ବୌଦ୍ଧ, ପୁରୀ, ସୁନ୍ଦରଗଡ ଓ ବାଲେଶ୍ଵର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୫୬ ହଜାର ୪୯୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩ ହଜାର ୧୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୮୦୦ କୁ ବୃଦ୍ଧି ହୋଇଛି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, ଓଡିଶା, କରୋନା ଆକ୍ରାନ୍ତ, ପ୍ରାଣ ହରାଇଲେ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗThe Samikhsya Odia

Leave a Reply

Your email address will not be published. Required fields are marked *