କରୋନା ଅପଡେଟ୍: ଦେଶରେ ୫୦ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୮ ହଜାର ୬୯୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୧୮୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧ ଲକ୍ଷ ୮୨ ହଜାର ୧୭୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୪ ହଜାର ୪୯୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୧ ଲକ୍ଷ ୯୩ ହଜାର ୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୯୫ ହଜାର ୫୬୫ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, ସ୍ବାସ୍ଥ୍ୟ, କରୋନା ଅପଡେଟ୍, କରୋନା ପଜିଟିଭThe Samikhsya Odia

Leave a Reply

Your email address will not be published. Required fields are marked *