ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୯୬୯ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୯୬୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ନୟାଗଡ, ପୁରୀ ଜିଲ୍ଲାରୁ ୪ ଜଣ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୪୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୭୦ ହଜାର ୭୮୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୧ ହଜାର ୬୧୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୯୬୯ କୁ ବୃଦ୍ଧି ହୋଇଛି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, ଓଡିଶା, କରୋନା ଆକ୍ରାନ୍ତ, ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗThe Samikhsya Odia

Leave a Reply

Your email address will not be published. Required fields are marked *