ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୦୧୭ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୧୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ବରଗଡ, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ଭଦ୍ରକ, ବାଲେଶ୍ଵର, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, କନ୍ଧମାଳ, କୋରାପୁଟ, ପୁରୀ, ସମ୍ବଲପୁର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୮୦୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୭୪ ହଜାର ୩୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୧ ହଜାର ୪୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୧୭ କୁ ବୃଦ୍ଧି ହୋଇଛି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, ଓଡିଶା, ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗThe Samikhsya Odia

Leave a Reply

Your email address will not be published. Required fields are marked *