ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୪୧୪ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୧୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ଗଞ୍ଜାମ, ନୟାଗଡ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ ଜଣ ଲେଖାଏଁ ଓ ଅନୁଗୁଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ମାଲକାନଗିରି ଜିଲ୍ଲାରୁ ୨ ଜଣ, ବାଲେଶ୍ଵର, କଟକ, ଦେବଗଡ, ମୟୂରଭଞ୍ଜ ଓ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୨୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୭ ହଜାର ୫୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୧୪ କୁ ବୃଦ୍ଧି ହୋଇଛି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, କରୋନା ଆକ୍ରାନ୍ତ, ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗThe Samikhsya Odia

Leave a Reply

Your email address will not be published. Required fields are marked *