ପଦୋନ୍ନତି ପାଇବେ ପ୍ରାଥମିକ ଶିକ୍ଷକ

ରାଜ୍ୟର ପ୍ରାଥମିକ ଶିକ୍ଷକଙ୍କୁ ମିଳିବ ପଦୋନ୍ନତି । ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍ କରାଯାଇଛି । ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା’ ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ ଲେଭଲ-୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

The post ପଦୋନ୍ନତି ପାଇବେ ପ୍ରାଥମିକ ଶିକ୍ଷକ appeared first on TakshakTV.

Read MoreBig Story, Trending NewsTakshakTV

Leave a Reply

Your email address will not be published. Required fields are marked *