ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮୯: ସୁସ୍ଥ ହେଲେ ୨୩୨ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ହଜାର ୫୦୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୬ ହଜାର ୩୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୩୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୭୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, କରୋନା ଆକ୍ରାନ୍ତ, ଚିହ୍ନଟ ହେଲେ, ଭୁବନେଶ୍ବରThe Samikhsya Odia

Leave a Reply

Your email address will not be published. Required fields are marked *