ଆଜି ଠାରୁ ଆରମ୍ଭ ହେଲା +୨ ନାମଲେଖା ପ୍ରକ୍ରିିୟା

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର: ଆଜି ଠାରୁ +୨ ନାମଲେଖା ପ୍ରକ୍ରିିୟା ଆରମ୍ଭ ହୋଇଛି । ପ୍ରଥମ ଦିନରେ ହିଁ ୩୬,୫୮୧ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍‌ଲାଇନରେ ୧୭,୪୭୬ଜଣ ଆବେଦନ କରିଛନ୍ତି ଏବଂ ୧୭୦୫୬ଜଣ ଆବେଦନ ଫି ପଇଠ କରିଛନ୍ତି ବୋଲି ଜଣାପଡ଼ିଛି। ସାମ୍ସ ପୋର୍ଟାଲରେ ନାମ ଲେଖାଇବାକୁ ଛାତ୍ରଛାତ୍ରୀମାନଙ୍କ ପାଇଁ ପୂର୍ବାହ୍ନ ୧୧ଟାରୁ ୱେବସାଇଟରେ ଆବେଦନ କରିଛନ୍ତି। ଏହି ଆବେଦନ ପ୍ରକ୍ରିୟା ସେପ୍ଟେମ୍ବର ୫ ତାରିଖ ଆବେଦନର ଶେଷ ତାରିଖ ରଖାଯାଇଛି। ୧୩ ସେପ୍ଟେମ୍ବର ପୂର୍ବାହ୍ନ ୧୧.୩୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ।

ଏହି ତାଲିକାରେ ଥିବା ଛାତ୍ରଛାତ୍ରୀ ୧୪ ରୁ ୨୧ ସେପ୍ଟେମ୍ବର ମଧ୍ୟରେ ନାମ ଲେଖାଇବେ। ୨୭ ତାରିଖରେ ଦ୍ବିତୀୟ ମେଧା ତାଲିକା ପ୍ରକାଶ ପାଇବ। ୨୯ ସେପ୍ଟମ୍ବରରୁ ୧ ଅକ୍ଟୋବର ମଧ୍ୟରେ ଏହି ପିଲାମାନେ ନାମ ଲେଖାଇବେ। ୪ ଅକ୍ଟୋବରରେ ତତ୍‌କ୍ଷଣାତ ମନୋନୟନ ମେଧା ତାଲିକା ପ୍ରକାଶ ପାଇବ। ଦ୍ବିତୀୟ ନାମଲେଖା ପରେ ବଳକା ଥିବା ଆସନର ତିନିଗୁଣା ଛାତ୍ରଛାତ୍ରୀଙ୍କୁ ଡକାଯିବ। କରୋନା ପାଇଁ ନାମଲେଖା ଦେୟ ବୃଦ୍ଧି ହେବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ।

The post ଆଜି ଠାରୁ ଆରମ୍ଭ ହେଲା +୨ ନାମଲେଖା ପ୍ରକ୍ରିିୟା appeared first on Satya Patha.

Read Moreରାଜ୍ୟ, +2-admission-openSatya Patha

Leave a Reply

Your email address will not be published. Required fields are marked *